ଅର୍ଗସ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଦୁର୍ଲଭ ପଦ୍ମବେଶ। ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ। ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଏହି ନୀତି ଅନୁଷ୍ଠିତ ହୋଇଥାଏ। ପ୍ରତିପଦା ଠାରୁ ଶ୍ରୀପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ବା ଶନିବାର ପଡିଥାଏ ସେହିଦିନ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ସେହି ପରମ୍ପରା ଅନୁଯାଇ ଆଜି ରାତି ବଡସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ ହେବେ । ତାପର ଦିନ ଅର୍ଥାତ ଗୁରୁବାର ଭକ୍ତମାନେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅବକାଶ ନୀତି ପର୍ଯ୍ୟନ୍ତ ଦର୍ଶନ କରିପାରିବେ।
ମହାପ୍ରଭୁଙ୍କ ଏହି ଦୁର୍ଲଭ ପଦ୍ମବେଶକୁ ଚଳିତବର୍ଷ ନିଜ ଚର୍ମଚକ୍ଷୁରେ ଦେଖିବାର ସୁଯୋଗ ପାଇବେ ଭକ୍ତଗଣ । ସେପଟେ ଶ୍ରୀଜୀଉଙ୍କର ଦୈନନ୍ଦିନ ନୀତି ହୋଇ ସନ୍ଧ୍ୟାଧୂପ ସମାପନ ହେବାପରେ ବେଶ ମଇଲମ ହୋଇ ଚନ୍ଦନଲାଗି ହେବ । ଏହାପରେ ବଡଛତା ମଠ ଯୋଗାଇଥିବା ପଦ୍ମ ବେଶରେ ବଡ଼ସିଂହାର ବେଶ ଅନୁଷ୍ଟିତ ହେବ ଓ ମଠ ତରଫରୁ ଖିରୀ, ଅମାଲୁ ଭୋଗ କରାଯାଇ ଶ୍ରୀଜୀଉଙ୍କର ରାତ୍ର ପହୁଡ଼ ହେବ । ସେପଟେ ପତିତପାବନ ମଧ୍ୟ ପଦ୍ମବେଶରେ ବିଭୂଷିତ ହେବେ
ଧର୍ମ ଓ ସଂସ୍କୃତି ଖବର ଆହୁରି ପଢ଼ନ୍ତୁ ।