ଅନ୍ୟପଟେ ରଥନିର୍ମାଣ ଠାରୁ ଆରମ୍ଭ କରି ରଥଯାତ୍ରା କିଭଳି ଶୃଙ୍ଖଳିତ ହୋଇପାରିବ । ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ । ଆଇନକାନୁନ ବ୍ୟବସ୍ଥା ଓ ରଥଯାତ୍ରାକୁ ନେଇ ତମାମ୍ ବ୍ୟବସ୍ଥାବଳୀ ଉପରେ ଆଜି ବୈଠକରେ ଆଲୋଚନା ହେବ । ସେପଟେ ଦ୍ୱିତୀୟ ରଥ ସମନ୍ୱୟ ବୈଠକରେ ସ୍ୱାସ୍ଥ୍ୟ ବିଭାଗର ଅବହେଳାକୁ ନେଇ ହୋ ହଲ୍ଲା ହୋଇଥିବା ବେଳେ ସିଡିଏମଓଙ୍କ ଅନୁପସ୍ଥିତିକୁ ନେଇ ମଧ୍ୟ ହୋହଲ୍ଲା ହୋଇଥିଲା । ଅନ୍ୟପଟେ ସହରରେ ଘନଘନ ବିଦ୍ୟୁତକାଟ ସମସ୍ୟାକୁ ନେଇ ମଧ୍ୟ ଗତ ବୈଠକରେ ସରଗରମ ଆଲୋଚନା ହୋଇଥିଲା ।
ଦଶମୂଳ ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ
ତେଣୁ ଏସବୁ ଭିତରେ ଆଗକୁ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ବିଭାଗ ଗୁଡିକ କେତେ ସକ୍ରିୟ ଅଛନ୍ତି ତାହାର ଆକ୍ସନ ପ୍ଲାନ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ ଆଗରେ ଦାଖଲ କରିବେ। ଆଜି ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଧକ୍ଷତା କରିବାକୁ ଥିବାବେଳେ ନୂତନ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ଉପମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ,ଜିଲ୍ଲାପାଳ, ଏସପି,ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ସେବାୟତ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହିବେ ।