୨୧ଦିନ ବ୍ୟାପୀ ବାହାର ଚନ୍ଦନଯାତ୍ରା ଯାତ୍ରାର ଆଜି ଅନ୍ତିମପର୍ବ।ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଯାତଭୋଗ ସରିବା ପରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ,ରାମକୃଷ୍ଣ, ଭୂଦେବୀ, ଶ୍ରୀଦେବୀ ଓ ଶ୍ରୀକ୍ଷେତ୍ରର ପଞ୍ଚପାଣ୍ଡବ ପାଲିଙ୍କି ଓ ବିମାନରେ ଘଣ୍ଟ,ଛତା,କାହାଳୀ,ଭକ୍ତଙ୍କ ହରିବୋଲ ଧ୍ୱନିରେ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରିବା ପରେ ପୁଷ୍କରିଣୀର ଅଗ୍ନିକୋଣରୁ ଐସାନ୍ୟ କୋଣ ପର୍ଯ୍ୟନ୍ତ ୭ ଘେରା ଲେଖାଏଁ ୨୧ଘେରା ଜଳକ୍ରୀଡ଼ା କରିବେ।
ଆଜି ସମଗ୍ର ବଡ଼ଦାଣ୍ଡରେ ସୃଷ୍ଟି ହୋଇଥିଲା ଭକ୍ତିମୟ ପରିବେଶ। ଶ୍ରୀମନ୍ଦିର ଠାରୁ ନରେନ୍ଦ୍ର ପୁଷ୍କରିଣୀ ଓ ନରେନ୍ଦ୍ର ପୁଷ୍କରିଣୀ ଚତୁଃପାର୍ଶ୍ଵରେ ଭକ୍ତଙ୍କ ଗହଳି ଲାଗିଥିଲା। ପାରମ୍ପରିକ ବାଦ୍ୟ ତଥା ଭଜନ କୀର୍ତ୍ତନ ପଟୁଆରରେ ମଦନମୋହନ,ରାମକୃଷ୍ଣ, ଭୂଦେବୀ,ଶ୍ରୀଦେବୀ ଓ ପଞ୍ଚମହାଦେବ ନରେନ୍ଦ୍ର ପୁଷ୍କରିଣୀକୁ ଯାଇ ନନ୍ଦା ଓ ଭଦ୍ରା ଚାପରେ ୨୧ ଘେରା ଜଳକ୍ରୀଡା କରିବେ।
ଅଧିକ ପଢନ୍ତୁ ଓଡ଼ିଶା ଖବର