ଆବାସ ଯୋଜନା ହିତାଧିକାରୀ ତାଲିକାରେ ଅଯୋଗ୍ୟଙ୍କ ନାଁ କଟାନଗଲେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ବିଜେପି । ଆସନ୍ତାକାଲି ବିଜେପି ପକ୍ଷରୁ ରାଜ୍ୟବ୍ୟାପୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବ ।
୭ ଦିନ ଭିତରେ ସମସ୍ୟାର ସମାଧାନ ନହେଲେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ନେଇ ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆନ୍ଦୋଳନ କରିବ ବୋଲି ବିଜେପି ଚେତାବନୀ ଦେଇଛି । ଏହା ପରେ ବି ଯଦି ରାଜ୍ୟ ସରକାର କୌଣସି ପଦକ୍ଷେପ ନନିଅନ୍ତି ତେବେ ବିଜେପି କେନ୍ଦ୍ର ସରକାରଙ୍କୁ ଅବଗତ କରିବା ସହ କୋର୍ଟଙ୍କ ଦ୍ୱାରସ୍ଥ ହେବ ବୋଲି ଦଳ ପକ୍ଷରୁ କୁହାଯାଇଛି ।