ଗଲକାଲି ମୁଲତବି ପ୍ରସ୍ତାବ ଅଗ୍ରାହ୍ୟ ହୋଇଯିବା ପରେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ କରିଥିଲେ । ଘନଘନ ପ୍ରଶ୍ନବାଣ ପରେ ବିବୃତି ରଖିଥିଲେ ମୁଖ୍ୟମନ୍ତ୍ରୀ । ବ୍ୟକ୍ତିଗତ ସଚିବଙ୍କ ରାଜ୍ୟ ଭ୍ରମଣକୁ ସିଏମଓର ଆଖ୍ୟା ଦେଇଥିଲେ ଯାହାକୁ ନେଇ ପ୍ରଶ୍ନ ଉଠାଇଲେ ବିରୋଧୀ ଦଳ ନେତା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ଆଜି ବି ସରଗରମ ରହିବ ଗୃହ । ସରକାରଙ୍କୁ ଘେରିବାକୁ ବିରୋଧୀ ତୟାର । ଗତକାଲି ହଟ୍ଟଗୋଳ ଭିତରେ ଚାଲି ପାରିନଥିଲା ଗୃହ କାର୍ଯ୍ୟ। ଆଜି ପ୍ରଶ୍ନକାଳରେ ପଞ୍ଚାୟତ ରାଜ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ନଗର ଉନ୍ନୟନ, ଜଙ୍ଗଲ ପରିବେଶ, ଦକ୍ଷତା ବିକା, ବୈଷୟିକ ଶିକ୍ଷା, ସୂଚନା ଲୋକ ସଂପର୍କ ବିଭାଗ ଉପରେ ଆଲୋଚନା ହେବ ।
ଗଲକାଲି ମୁଲତବି ପ୍ରସ୍ତାବ ଅଗ୍ରାହ୍ୟ ହୋଇଯିବା ପରେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ କରିଥିଲେ । ଘନଘନ ପ୍ରଶ୍ନବାଣ ପରେ ବିବୃତି ରଖିଥିଲେ ମୁଖ୍ୟମନ୍ତ୍ରୀ । ବ୍ୟକ୍ତିଗତ ସଚିବଙ୍କ ରାଜ୍ୟ ଭ୍ରମଣକୁ ସିଏମଓର ଆଖ୍ୟା ଦେଇଥିଲେ ଯାହାକୁ ନେଇ ପ୍ରଶ୍ନ ଉଠାଇଲେ ବିରୋଧୀ ଦଳ ନେତା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା 16 ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା ।
ଦୁର୍ଘଟଣାରେ 5 ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଦୁଇ ଟ୍ରକ ମୁହାଁମୁହିଁ ଧକ୍କା। ଜଣେ ମୃତ ଜଣେ ଗୁରୁତର। ଜମନକିରା ଥାନା ୫୩ନଂ ଜାତୀୟ ରାଜପଥ ଚିମିମହୁଲରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସିମେଣ୍ଟ ବୋଝେଇ ଟ୍ରକ ଓ କଣ୍ଟେନର ମଧ୍ୟରେ ମଧ୍ୟରେ ମୁହାମୁହିଁ ଧକ୍କା । କଣ୍ଟେନର ଗାଡିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ନୟାଗଡ: ନୟାଗଡ ଜିଲ୍ଲା ରଣପୁର ଅଂଚଳରେ ଦିନକୁ ଦିନ ନିଶା କାରବାର ବଢୁଥିବା ବେଳେ ଏବେ ଆକ୍ସନ ମୋଡ଼୍ ରେ ରଣପୁର ଅବକାରୀ ବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଅବକାରୀ ଥାନା ଓଏସଆଇ ସୁବାଷ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ରଣପୁର ବ୍ଲକର ନର୍ସିଙ୍ଗପୁର ଓ ଅମ୍ବାଝରରେ ଚଢ଼ାଉ କରିଥିଲା । ବିପୁଳ ପରିମାଣରେ ମଦ ତିଆରି ସାମଗ୍ରୀ , 135 ଲିଟର ଦେଶୀ ମଦ ଓ ଗୋଟିଏ ବାଇକ ଜବତ କରିବା ସହ 3 ଜଣଙ୍କୁ ଗିରଫ କରିଛି ଅବକାରୀ ପୋଲିସ ।
ଅଭିଯୁକ୍ତମାନେ ହେଲେ ଆମ୍ବାଝର ଗ୍ରାମର ଶରତ ଶ୍ରୀଚନ୍ଦନ ଓ ରାକେଶ ଶ୍ରୀଚନ୍ଦନ, ନର୍ସିଙ୍ଗପୁର ଗ୍ରାମର ଚିତ୍ତରଞ୍ଜନ ସାହୁ । ତେବେ ଜବତ ମଦ ଓ ମଦ ତିଆରି ସାମଗ୍ରୀର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅବକାରୀ ଥାନା ପକ୍ଷରୁ ସୂଚନା ଦିଆଯାଇଛି ।
ଆହୁରି ପଢନ୍ତୁ ଅପରାଧ ଖବର...