ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର , ଖଳି ପ୍ରସାଦ ଓ ଖଡ଼ି ପ୍ରସାଦ ଲାଗି ହୋଇଥାଏ। ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜିଉ ମାନଙ୍କୁ ଘଣା ଲାଗି ପରେ ଖଳି ଓ ଖଡ଼ି ଲାଗି ହୋଇଥାଏ। ଘଣ୍ଟ, ଛତ୍ର , କାହାଳି ସହ ଖଳି ପ୍ରସାଦ ଅଣସର ସୁଦ୍ଧ ସୁଆର ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯାଇଥାଏ। ସେହିପରି ଭୋଗ ଶୁଦ୍ଧ ସୁଆରଙ୍କ ଦ୍ବାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଂଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିଥାନ୍ତି ।
ଭିତର ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହୋଇଥାଏ । ଏଥିପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ ଦିଆଯାଇଥାଏ ।