ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ଏସିଡ ଆକ୍ରମଣ ପୀଡିତା ପ୍ରମୋଦିନୀ ରାଉଳ ....
ଭୁବନେଶ୍ୱର: ଆଜି ଭାଲେଣ୍ଟାଇନ୍ ଡେ’ । ପ୍ରେମ ପାଇଁ ଦିନଟିଏ । ପ୍ରେମର ଏହି ଦିନ ପାଳିବାକୁ ପ୍ରତିବର୍ଷ ଅପେକ୍ଷା କରିଥାନ୍ତି ପ୍ରେମୀଯୁଗଳ । ଭଲ ପାଉଥିବା ସାଥୀକୁ ଆପଣାର କରିବା ପାଇଁ ସମସ୍ତେ ବ୍ୟସ୍ତ । ଦୋକାନ ବଜାରରେ ବିକ୍ରି ଚାଲିଛି ଉପହାର ଆଉ ଗୋଲାପ ଫୁଲ । ସେପଟେ କିଛି ସାମାଜିକ ଅନୁଷ୍ଠାନ ଏହି ଦିବସକୁ ମାତୃପିତୃ ପୂଜନ ଦିବସ ଭାବେ ମଧ୍ୟ ପାଳନ କରୁଛନ୍ତି ।
ଆଉ ବଜରଙ୍ଗ ଦଳ ଏହାକୁ ପାଶ୍ଚାତ୍ୟ ସଭ୍ୟତାର ସଂସ୍କୃତି କହି ବିରୋଧ ପାଇଁ ସଜବାଜ ହେଉଛି । ଭଲ ପାଇବା ପାଇଁ, ପ୍ରେମର ପରିଭାଷା ପରିପ୍ରକାଶ ପାଇଁ ଗୋଟିଏ ଜୀବନ ବି କମ ପଡିଯାଏ । ଦିନ ଟିଏ ତ କିଛି ନୁହେଁ । ତଥାପି ହସଖୁସି ଭିତରେ ସାଥୀ ସହ ସମୟ ବିତେଇବା ପାଇଁ ଆଜି ଦିନର ପରିକଳ୍ପନା ।