ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଇତ୍ୟାଦି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତସେବା ନିତି ହୋଇଥିବାରୁ ଆଜି ଅପରାହ୍ନ 5ଟାରୁ ରାତ୍ରି 9ଟା ପର୍ଯ୍ୟନ୍ତ ପ୍ରାୟ ଚାରିଘଣ୍ଟା ଦର୍ଶନ ସର୍ବସାଧାରଣଙ୍କ ନିମନ୍ତେ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |
ଓଡିଶା ଖବର ଆହୁରି ପଢ଼ନ୍ତୁ ।
ଆଜି ଆଶ୍ବିନ ମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥି

ପୁରୀ: ଆଜି ଆଶ୍ବିନ ମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥି। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।
Download Argus News App
