ପୁରୀ: ଆଜି ସୁନାବେଶ । ରଥ ଉପରେ ବଳଭଦ୍ର, ସୁଭଦ୍ରା ଓ ଜଗନ୍ନାଥ ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ । ସୁନାବେଶ ଅପରାହ୍ନ ୪ଟାରୁ ଆରମ୍ଭ ହୋଇ ରାତି ୧୧ଟା ଯାଏଁ ରହିବ । ଆସନ୍ତାକାଲି ଅଧରପଣା ନୀତି ସଂପନ୍ନ ହେବ । ଏବଂ ଆସନ୍ତା ୪ ତାରିଖରେ ନୀଳାଦ୍ରିବିଜେ ଦିନ ମହାବାହୁ ରତ୍ନବେଦୀକୁ ବିଜେ କରିବେ । ତେବେ କୋରୋନାକୁ ଦୃଷ୍ଟିରେ ରଖି ପୁରୀରେ ଜାରି ହୋଇଥିବା କର୍ଫ୍ୟୁ କିଛି ମାତ୍ରାରେ କୋହଳ ହୋଇଛି ।
ଆଜି ସକାଳ ୫ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମରିଚିକୋଟ ଛକରୁ ସିଂହଦ୍ୱାର ଅଞ୍ଚଳକୁ ବାଦ ଦେଇ ସହରର ଅନ୍ୟ ଅଞ୍ଚଳରେ କର୍ଫ୍ୟୁ କୋହଳ କରାଯାଇଛି । ସୁନାବେଶ ପାଇଁ ଆଜି ଅପରାହ୍ନ ୩ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିର ସିଂହଦ୍ୱାର ଅଞ୍ଚଳରେ କଟକଣା ବଳବତ୍ତର ରହିବ ।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?