ଖସାପଡା ନୀତି ଶ୍ରୀଜୀୟୁମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ । ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡାରେ ଘୋଡାଇ ଦିଆଯାଏ । ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଏ ।
ଆହୁରି ପଢନ୍ତୁ ଧର୍ମ ଓ ସଂସ୍କୃତି ଖବର...
ପୁରୀ: ଆସନ୍ତାକାଲି ୫ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ । ସୋମବାର ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡା ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଆପାତତଃ ଅପରାହ୍ନ ୫ଟା ଠାରୁ ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।