ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ରାଜ୍ୟରେ ବଢୁଛି ସଡ଼କ ଦୁର୍ଘଟଣା । 2023ରେ ମୋଟ 12 ହଜାର 52ଟି ସଡ଼କ ଦୁର୍ଘଟଣା, 5 ହଜାର 696 ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଆହତ ହୋଇଛନ୍ତି 10 ହଜାର 419 ଜଣ । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ 448 ଜଣଙ୍କ ମୃତ୍ୟୁ ହୋଇଛି । 2019ରୁ 2023 ପର୍ଯ୍ୟନ୍ତ ଗତ 5 ବର୍ଷରେ 26 ହଜାର 315 ଜଣଙ୍କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । 5 ବର୍ଷ ମଧ୍ୟରେ ମୋଟ 55 ହଜାର 580 ସଡ଼କ ଦୁର୍ଘଟଣା ହୋଇଛି । ବିଜେଡ଼ି ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ସଡ଼କ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଯେଉଁଭଳି ଭାବରେ ଦିନକୁ ଦିନ ସଡକ ଦୁର୍ଘଟଣା ହେଉଛି, ଏଥିରେ କେତେ ଯେ ଜୀବନ ଯାଉଛି, ତାହା କଳ୍ପନା ବାହାରେ। ଯାହାକୁ ଦୃଷ୍ଟିରେ ରଖି ସଡକ ସୁରକ୍ଷା ଉପରେ ଦୃଷ୍ଟି ଦେବା ଆବଶ୍ୟକ ହୋଇପଡୁଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ : ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ । ଭଞ୍ଜନଗର ଜଳସମ୍ପଦ ବିଭାଗ କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ସ୍ବାଇଁଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢାଉ ।
ଅଧିକ ପଢନ୍ତୁ : 1.32 ଲକ୍ଷ ସହ ଧରାପଡ଼ିଲେ ନୂଆପଡ଼ା MVI
ଭଞ୍ଜନଗର କୁଲାଡ଼ ସ୍ଥିତ ବାସଭବନ ଓ କାର୍ଯ୍ୟାଳୟରେ ଚାଲିଛି ରେଡ୍ । ବ୍ରହ୍ମପୁର ଏବଂ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢ଼ାଉ ।
ଅର୍ଗସ ବ୍ୟୁରୋ : ଓଡିଆ ଅସ୍ମିତା ପ୍ରସଙ୍ଗରେ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର । ନବୀନଙ୍କୁ ଓଡ଼ିଆ ଅସ୍ମିତାର ମର୍ମ ବୁଝିବା ପାଇଁ ଆପଣଙ୍କୁ ଆହୁରି ଗୋଟିଏ ଜନ୍ମ ଲାଗିବ ବୋଲି କହିଛନ୍ତି ଜୟନାରାୟଣ । 25 ବର୍ଷରେ ଓଡ଼ିଆ ଅସ୍ମିତାକୁ ଆପଣ ଯେଉଁ ଅବସ୍ଥାରେ ଛାଡି ଯାଇଛନ୍ତି, ଓଡ଼ିଶାର ଜନତା ତା’କୁ ବୁଝି ଠିକଣା ଜବାବ୍ ଦେଇଛନ୍ତି । ସେଥିପାଇଁ ଆପଣଙ୍କ ନେତୃତ୍ବଧୀନ ସରକାରକୁ ରାଜ୍ୟରୁ ବିଦା କରିଛନ୍ତି । ପୁରୀର ମଠ, ମନ୍ଦିର, ରଘୁନନ୍ଦନ ଲାଇବ୍ରେରୀ ସହ ଓଡ଼ିଆ ଅସ୍ମିତାର ଚିହ୍ନ ଥିବା ଐତିହ୍ୟ ପ୍ରମାଣକୁ ଧୂଳିସାତ୍ କଲା ବେଳେ ଆପଣଙ୍କ ଐତିହ୍ୟ ଥିଲା କେଉଁଠି ? ବୋଲି ପ୍ରଶ୍ନ କରିଛନ୍ତି ଜୟନାରାୟଣ । ରାଜଧାନୀରେ ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତ ସିଂହାରଙ୍କ ନାମରେ ନାମିତ ରାସ୍ତାର ନାମକରଣ ପରିବର୍ତ୍ତନ କରିବା ଆପଣଙ୍କ ଭାଷା ପ୍ରୀତିକୁ ପ୍ରମାଣିତ କରୁଛି ।
ଅଧିକ ପଢନ୍ତୁ : ରାଜ୍ୟର ବିପର୍ଯ୍ୟସ୍ତ ଶିକ୍ଷା ଓ ସ୍ବାସ୍ଥ୍ୟ ବ୍ୟବସ୍ଥା ନେଇ ବର୍ଷିଲେ ମୁଖ୍ୟମନ୍ତ୍ରୀ
ଆପଣ ଓ ଆପଣଙ୍କ ଦଳର ନେତୃବୃନ୍ଦମାନେ ଇତିହାସକୁ ବିକୃତ କରିବାର ଅପଚେଷ୍ଟା କରୁଛନ୍ତି । ଯେଉଁଥି ପାଇଁ ଚଳିତ ନିର୍ବାଚନରେ ଓଡ଼ିଶାବାସୀ ଠିକ୍ ଭାବେ ଜବାବ୍ ଦେଇଛନ୍ତି । କଥାରେ କୋଣାର୍କ ଆପଣ ହିଁ କରୁଥିଲେ । ନରହନ୍ତା ଇଂରେଜ ଅଫିସର ଟି.ଇ ରେଭେନ୍ସାଙ୍କ ପାଇଁ ଦରଦ କାହିଁକି ? ଏହି ଇଂରେଜ ଅଫିସରଙ୍କ ଚରିତ୍ର କଣ, ତାହାର ମୁକସାକ୍ଷୀ ହେଉଛି ଉତ୍କଳ ଦୀପିକା ।ଇତିହାସକୁ ଠିକ୍ କରିବା କାମରେ ନରେନ୍ଦ୍ର ମୋଦୀଙ୍କ ଡବଲ ଇଞ୍ଜିନ ସରକାର ସଂକଳ୍ପବଦ୍ଧ । ଆଜି ଯେଉଁ ମହାପୁରୁଷମାନଙ୍କର ଉଦାହରଣ ନେଇ ଆପଣ କଥାଟି ଲେଖିଛନ୍ତି, ସେ ମହାପୁରୁଷମାନଙ୍କ ପ୍ରତି ଆପଣଙ୍କ ସରକାର କେତେ ଯଥୋଚିତ ସମ୍ମାନ ଦେଇଥିଲା ? ବିଜେପି କହିବା ଆଉ କରିବାରେ ବିଶ୍ବାସ ରଖେ ।