ଅଗ୍ନିଶମ ସେବା ବାହିନୀ କର୍ମଚାରୀ ମାନେ ଦୁର୍ଘଣାଗ୍ରସ୍ତ ଦୁଇ ବାଇକ ଆରୋହୀଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରିବା ସହ ଗୁରୁତର ଆହତ ରୋଗୀଙ୍କ ପରିବାରଙ୍କୁ ଜଣାଇଥିଲେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା 16 ନମ୍ବର ଜାତୀୟ ରାଜପଥ ନିକଟରେ ଥିବା ଅଗ୍ନିଶମ ସେବା କାର୍ଯ୍ୟାଳୟ ସମ୍ମୁଖରେ ଏକ ଅଜଣା କାର ବ୍ରହ୍ମପୁର ଅଭିମୁଖେ ଯାଉଥିବା ବାଇକକୁ ଧକ୍କା ଦେବା ଫଳରେ ଦୁଇଜଣ ବାଇକ ଆରୋହୀ ଗୁରୁତର ହୋଇ ପଡ଼ିଥିଲେ।
ଅଗ୍ନିଶମ ସେବା ବାହିନୀ କର୍ମଚାରୀ ମାନେ ଦୁର୍ଘଣାଗ୍ରସ୍ତ ଦୁଇ ବାଇକ ଆରୋହୀଙ୍କୁ ଖଲ୍ଲିକୋଟ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରିବା ସହ ଗୁରୁତର ଆହତ ରୋଗୀଙ୍କ ପରିବାରଙ୍କୁ ଜଣାଇଥିଲେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ନବରଙ୍ଗପୁର : ପୁଣି ଓଡିଶା ମୁହାଁ ହୋଇଛନ୍ତି ଛତିଶଗଡ଼ ହାତୀପଲ । ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ରେ ଛତିଶଗଡ଼ ଉଦନ୍ତୀ ସୀତା ଅଭାୟରଣ୍ୟ ହାତୀପଲ ଓଡ଼ିଶା ଜଙ୍ଗଲ ମଧ୍ୟକୁ ଆସି ଉପଦ୍ରବ କରିଛନ୍ତି । ନବରଙ୍ଗପୁର ଓ ଛତିଶଗଡ ସୀମାନ୍ତ କୁନ୍ଦେଇ ଏବଂ ଖଲାରୀ (ଛତିଶଗଡ) ମଝିରେ ଥିବା ଜଙ୍ଗଲରେ ଛତିଶଗଡ଼ ରୁ ୩୦ ରୁ ୪୦ ହାତୀପଲ ପସିଆସିଥିବା ସୂଚନା ମିଳିଛି ।
ଅଧିକ ପଢନ୍ତୁ : ଗାଁ ମୁଣ୍ଡରେ ହାତୀପଲ
ହାତୀ ପଲ ପଶି ଆସିଥିବାରୁ ସ୍ଥାନୀୟ ଅଞ୍ଚଳର ମକା ଚାଷୀ ଏବଂ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି । ହାତୀପଲ ଦିନରେ ଜଙ୍ଗଲ ମଧ୍ୟରେ ରହୁଛନ୍ତି ରାତି ହେଲେ ମକା କ୍ଷେତ ମଧ୍ୟକୁ ଆସୁଛନ୍ତି ଏବଂ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି । ବେଳେ କୁନ୍ଦେଇ ବନ ବିଭାଗ ହାତୀପଲ ଉପରେ ନଜର ରଖିବା ସହ ଗ୍ରାମବାସୀ ଙ୍କୁ ହାତୀପଲ ର ଅତି ନିକଟତର ନ ହେବାକୁ ସଚେତନ କରୁଛନ୍ତି ।
ଅର୍ଗସ ବ୍ୟୁରୋ: ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନୁରାଗ ଠାକୁର । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଦଳୀୟ କର୍ମୀଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା । ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପ୍ରେସମିଟ୍ କରିବେ ଦୁଇ କେନ୍ଦ୍ରମନ୍ତ୍ରୀ । ଉତ୍କଳ ବିଶ୍ବବିଦ୍ୟାଳୟରେ ନେହରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ‘‘ମୋ ମାଟି ମୋ ଦେଶ’’ କାର୍ଯ୍ୟକ୍ରମରେ ସାମିଲ୍ ହେବେ ।
ଅପରାହ୍ନରେ ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ‘ସମ୍ବାଦ’ର ୪୦ ବର୍ଷ ପୂର୍ତ୍ତି ସମାରୋହରେ ଅତିଥି ଭାବେ ଯୋଗ ଦେବେ । ଅନ୍ୟପଟେ ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଆୟୋଜିତ ହେବାକୁ ଥିବା ଓଡ଼ିଆ ଦୈନିକ ‘ପ୍ରଜାତନ୍ତ୍ର’ର ପ୍ରଥମ ପ୍ରକାଶନର ଶତବାର୍ଷିକୀ ସମାରୋହରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା 26 ନଂ ଜାତୀୟ ରାଜପଥ ହନୁମାନ ମନ୍ଦିର ନିକଟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର । ହତ୍ୟା ନା ଦୁର୍ଘଟଣା କାରଣ ଅସ୍ପଷ୍ଟ ରହିଥିବାବେଳେ ସଇଁନ୍ତଲା ଥାନା ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ମୃତ ବ୍ୟକ୍ତି ଆମ୍ବପାଲି ଗାଁର ସରୋଜ ଗହୀର ବୋଲି ଜଣାପଡିଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: