ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟିହେଲା ଘୂର୍ଣ୍ଣିବଳୟ । ଦୁଇଦିନ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି ।
ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟରେ 1 ତାରିଖରୁ ବଢ଼ିବ ବର୍ଷାର ପରିମାଣ । 2 ଓ 3 ପ୍ରବଳ ବର୍ଷା ଆଶଙ୍କ । 19 ଜିଲ୍ଲାକୁ ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।