ମନମୋହନ ସାମଲଙ୍କୁ କୋରାଇ ବିଜେପି ପକ୍ଷରୁ ସମ୍ବର୍ଦ୍ଧନା
ଆଜି ଜନ୍ମମାଟିରେ ପହଞ୍ଚିବ ୨ ଓଡିଆ ବୀର ଯବାନଙ୍କ ପାର୍ଥିବ ଶରୀର
ଆଜି ଜନ୍ମମାଟିରେ ପହଞ୍ଚିବ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ୨ ଓଡିଆ ବୀର ଯବାନଙ୍କ ପାର୍ଥିବ ଶରୀର । ଦିଲ୍ଲୀରୁ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଆସି ଦୁଇ ସହିଦଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିବ । ଦୁଇ ଓଡିଆ ସହିଦ ହେଲେ ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ପାରିଶିଖର ଗାଁର ପ୍ରସନ୍ନ କୁମାର ସାହୁ ଏବଂ କଟକ ଜିଲ୍ଲା ନିଆଳି ଥାନା ଅଞ୍ଚଳ ରତନପୁର ଗାଁର ମନୋଜ । ଏହି ଦୁଇ ବୀରଙ୍କ ବଳିଦାନ ପାଇଁ ସାରା ଦେଶ ଆଜି ସ୍ତବ୍ଧ ।
ସେପଟେ ପରିବାର ଲୋକଙ୍କ ଆଖିରୁ ଲୁହ ଶୁଖୁନଥିବା ବେଳେ ଅଞ୍ଚଳବାସୀ ସହିଦଙ୍କୁ ଝୁରି ହେଉଛନ୍ତି । ଆଜି ସହିଦଙ୍କ ପାଇଁ ଗୁମୁରୁ ଗୁମୁରି କାନ୍ଦୁଛି ଜନ୍ମମାଟି । ଏହାସହ ଆଜି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ୨ ମିନିଟ୍ ନିରବ ପ୍ରାର୍ଥନା ମଧ୍ୟ କରାଯିବ ।
Download Argus News App
