ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : ପାଣି ଟାଙ୍କିରୁ କଙ୍କାଳ ଉଦ୍ଧାର । ଯାଜପୁର ସଦରଥାନା ଅନ୍ତର୍ଗତ ନିଶ୍ଚନ୍ତା ଗ୍ରାମରେ ଥିବା ପାଣି ଟାଙ୍କୀରେ ଦୁଇଟି କଙ୍କାଳ ପଡ଼ିଥିବା ଦେଖିବାକୁ ମିଳିଛି । କଙ୍କାଳ ଦୁଇଟିର ପରିଚୟ ଅସ୍ପଷ୍ଟ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ରାଜ୍ୟ ସରକାରଙ୍କ ନିର୍ବାଚନୀ ଭେଳିକି। ଭୋଟ୍ ଭୟରେ ହେଉଛନ୍ତି କି ତରବର। ଆଉ ଗୋଟିଏ ନିର୍ବାଚନ ପାଖେଇ ଆସିବାରୁ ମନେ ପଡୁଛି ପଦମପୁରକୁ ଜିଲ୍ଲା କରିବା ପ୍ରତିଶ୍ରୁତି। ପଦମପୁର ଉପ ନିର୍ବାଚନ ସମୟରେ ଏହାକୁ ଜିଲ୍ଲା ମାନ୍ୟତା ଦେବାକୁ ପ୍ରତିଶ୍ରୁତି ଦେଇଥିଲେ ଖୋଦ ମୁଖ୍ୟମନ୍ତ୍ରୀ। ଅନେକ ଦିନ ବିତିଯାଇଥିଲେ ବି ଏବେ ଆଗକୁ ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ଭୋଟ୍ ଭୟରେ ଆରମ୍ଭ ହେଲାଣି ପଦମପୁରକୁ ଜିଲ୍ଲା ମାନ୍ୟତା ଦେବା ପ୍ରକ୍ରିୟା। ତେବେ ଜିଲ୍ଲା ମୁଖ୍ୟାଳୟ କେଉଁଠାରେ ହେବ ସେନେଇ ଜାଗା ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ନିର୍ବାଚନ ବେଳେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ନେଇ ଉଠିଲାଣି ପ୍ରଶ୍ନବାଚୀ। କଣ୍ଟାବାଞ୍ଝିକୁ ନୂଆ ଜିଲ୍ଲା ପାଇଁ ଦାବି ଉଠୁଛି, ସେପଟେ ମୟୂରଭଞ୍ଜରେ ରାଇରଙ୍ଗପୁର ଏବଂ କରଞ୍ଜିଆକୁ ମଧ୍ୟ ଜିଲ୍ଲା ପାଇଁ ଦାବି ଉଠିଲାଣି।
ପଦମପୁରକୁ ଜିଲ୍ଲା ମାନ୍ୟତା ଦେଲେ ଏତେ ସବୁ ନୂଆ ଜିଲ୍ଲା ପାଇଁ ଉଠୁଥିବା ଦାବି ପ୍ରତି କଣ ରହିବ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ତାକୁ ନେଇ ସୃଷ୍ଟି ହୋଇଛି ସନ୍ଦେହ। ତେବେ ମୟୂରଭଞ୍ଜରେ ହିଁ ରାଇରଙ୍ଗପୁରକୁ ଜିଲ୍ଲା ଦାବି ନେଇ ଶିକ୍ଷାମନ୍ତ୍ରୀଙ୍କ ବିରୋଧରେ ସୃଷ୍ଟି ହେଲାଣି ଜନମତ। ମୟୂରଭଞ୍ଜକୁ ଭାଗଭାଗ ନକରାଯାଉ ବୋଲି ଦାବି କରିଛନ୍ତି କରଞ୍ଜିଆ ଓକିଲ ସଙ୍ଘର ସଭାପତି ଶ୍ରୀଯୁକ୍ତ ବାଞ୍ଛାନିଧି ପୃଷ୍ଟି। ଯଦି ରାଇରଙ୍ଗପୁରକୁ ସରକାର ନୂଆ ଜିଲ୍ଲା କରିବେ ତେବେ କରଞ୍ଜିଆକୁ ବି କରନ୍ତୁ ବୋଲି ସେ ଦାବି କରିଛନ୍ତି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: କେମିତି କଟିବ ଆପଣଙ୍କର ଆଜିର ଦିନ। ଜାଣନ୍ତୁ କଣ କହୁଛି ଆପଣଙ୍କର ରାଶିଫଳ।
ମେଷ-
ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ,ପ୍ରତିଷ୍ଠା ପାଇବେ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ-
ବାରମ୍ବାର ଚେଷ୍ଟା କରିବା କାରଣରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ମିଥୁନ-
ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
ସିଂହ-
ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ । ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ସକାଳୁ କିଛି ଖାଦ୍ୟ ପକ୍ଷୀଙ୍କୁ ଖାଇବାକୁ ଦିଅନ୍ତୁ
ତୁଳା-
ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକରାତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କ ଅଷ୍ଟକ ପାଠ କରନ୍ତୁ
ବିଛା-
ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଶ୍ରୀ ହନୁମାନ ଚଳିସା ପାଠ କରନ୍ତୁ
ଧନୁ-
ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ନାରୀମାନେ ଈର୍ଷାପରାୟଣ ରହିବେ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ
ମକର-
ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ
କୁମ୍ଭ-
କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର:
ଅର୍ଗସ ବ୍ୟୁରୋ: ଚନ୍ଦ୍ର ଓ ସୂର୍ଯ୍ୟ ପରେ ଏବେ ବ୍ଲାକ୍ ହୋଲ୍ ରହସ୍ୟ ଖୋଜିବ ISRO । ଏଥିପାଇଁ ଖୁବଶୀଘ୍ର ଲଞ୍ଚ ହେବ ମିଶନ । ଚନ୍ଦ୍ରଯାନ-୩ ଏବଂ ଆଦିତ୍ୟ ଏଲ-୧ର ସଫଳତା ପରେ ଏବେ ମହାକାଶ ଗବେଷଣାରେ ଆଉ ପାଦେ ଆଗେଇବାକୁ ଇସ୍ରୋର ଯୋଜନା । ଏଥିପାଇଁ ସରିଲାଣି ପ୍ରସ୍ତୁତି । ଚଳିତ ମାସରେ ହିଁ ଏହି ମିଶନକୁ ଲଞ୍ଚ କରିବାକୁ ଯୋଜନା ରଖିଛି ଇସ୍ରୋ । ତେବେ ଏହି ମିଶନ ଦେଶର ପ୍ରଥମ ଏବଂ ବିଶ୍ବ ଦ୍ବିତୀୟ ଏଭଳି ମିଶନ ହେବାକୁ ଯାଉଛି ଯାହା ବ୍ଲାକହୋଲ୍ ସହ ଅନ୍ୟ ମହାକାଶୀୟ ଘଟଣା ବିଷୟରେ ସୂଚନା ସଂଗ୍ରହ କରିବ । ଏପର୍ଯ୍ୟନ୍ତ କେବଳ ନାସା ଏଭଳି ମିଶନ ଲଞ୍ଚ କରିପାରିଛି ।
ଭାରତର ଏହି ମହତ୍ବକାଂକ୍ଷୀ ମିଶନର ନାମ ହେଉଛି ଏକ୍ସ-ରେ ପୋଲାରିମେଟ୍ରୀ । ଏହା ଏକ ପ୍ରକାର ସାଟେଲାଇଟ ଯାହା ଭିନ୍ନ ଭିନ୍ନ ପ୍ରକାରର ମହାକାଶୀୟ ସ୍ରୋତ ବିଷୟରେ ଖୋଜ୍ କରିବ । ଏହା ସହ POLIX ଏବଂ XPECT ନାମକ ଦୁଇଟି ପେଲୋଡ ମଧ୍ୟ ମହାକାଶକୁ ପଠାଯିବ। ପୂର୍ବରୁ ଇସ୍ରୋ ମୁଖ୍ୟ ଏସ ସୋମନାଥ ମଧ୍ୟ ଏନେଇ ସୂଚନା ଦେଇଥିଲେ । ଭାରତର ଏହି ମିଶନ ଖୁବ୍ ଗୁରୁତ୍ବପୂର୍ଣ୍ଣ ହେବ । କାରଣ ଏହି ମିଶନ ନ୍ୟୁଟନ ଷ୍ଟାର, ଗ୍ୟାଲାକ୍ଟିକ୍ ନାଭିକ, ବ୍ଲାକହୋଲ ଭଳି ରହସ୍ୟରୁ ପରାଦା ହଟାଇବ ।
ଅଧିକ ପଢ଼ନ୍ତୁ ଦେଶ ଖବର: