ଉଭୟଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଘଟଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ହେଲେ ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୋଲିସ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରିରଖିଛି।
ଅଧିକ ଓଡ଼ିଶା ଖବର ପଢ଼ନ୍ତୁ
ଅର୍ଗସ ବ୍ୟୁରୋ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ଓଭରବ୍ରିଜ ନିକଟରେ ବାଇକ ଦୁର୍ଘଟଣାରେ ଦୁଇଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଘଟଗାଁ ନିକଟସ୍ଥ ମୁକୁନ୍ଦପୁରପାଟଣା ଗ୍ରାମର ଲୁଲୁ ସେଠୀ ଓ ଯାଜପୁର ଜିଲ୍ଲା ଟମକା ଅଞ୍ଚଳର ପ୍ରତାପ ମହାରଣା। ଲୁଲୁ ଏବଂ ପ୍ରତାପ ବାଇକ ଯୋଗେ କେନ୍ଦୁଝରରୁ ଘଟଗାଁ ଅଭିମୁଖେ ଯାଉଥିବା ବେଳେ ଢେଙ୍କିକୋଟ ଓଭରବ୍ରିଜ ନିକଟରେ ଛିଡା ହୋଇଥିବା ଟ୍ରକ ପଛରେ ବାଇକଟି ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା।
ଉଭୟଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ଘଟଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ହେଲେ ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୋଲିସ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରିରଖିଛି।
ଅଧିକ ଓଡ଼ିଶା ଖବର ପଢ଼ନ୍ତୁ
ସୁବର୍ଣ୍ଣପୁର: ମାହୁନ୍ତକୁ କଚାଡି ହାତୀ ଫେରାର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ । ଧନୁଯାତ୍ରାରେ ସାମିଲ ଥିବା ହାତୀ ମାହୁନ୍ତକୁ କଚାଡି ଫେରାର ମାରିଥିବା ସୂଚନା ରହିଛି । ତେବେ ମାହୁନ୍ତ ଜଣକ ସୁରକ୍ଷିତ ଥିବା ଜଣାପଡିଛି । ହାତୀଟି ଗାଁ ମୁହାଁ ହୋଇଥିବା ସୂଚନା ମିଳିଛି ।
ଆଜି ଧନୁଯାତ୍ରାର ଚତୁର୍ଥ ରଜନୀ । କଂସ ମହାରାଜକୁ ହାତୀ ନେଇଥିବାବେଳେ ହଠାତ୍ ହାତୀଟି ପଳାଇବାରେ ଲାଗିଥିଲା । ମାହୁନ୍ତ ଜଣକ ହାତୀକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରିଥିଲେ ହେଁ ହାତୀ ଟି ନିୟନ୍ତ୍ରଣ ହରାଇ ମାହୁନ୍ତକୁ କଚାଡି ଦୌଡ଼ି ପଳେଇ ଥିଲା । ତେବେ ଅନ୍ଧାର ହୋଇଥିବାରୁ ହାତୀକୁ ଖୋଜିବାରେ ବାଧା ସୃଷ୍ଟି ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ହାତୀର ସନ୍ଧାନ ମିଳି ପାରି ନାହିଁ । ଏବେ ସମସ୍ତେ ହାତୀଟିକୁ ଖୋଜିବାରେ ଲାଗିଥିବାବେଳେ ଯାତ୍ରା ମଧ୍ୟ ବାଧାପ୍ରାପ୍ତ ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...