ଓଡ଼ିଆ ସାହିତ୍ୟ ଜଗତର ବିପ୍ଳବୀ କବି ରବି ସିଂଙ୍କ ଦେହାବସାନ ଖବର ଶୁଣି ଦୁଃଖିତ । ତାଙ୍କ ବିୟୋଗରେ ଓଡ଼ିଆ ସାହିତ୍ୟ ଜଗତରେ ଅପୂରଣୀୟ କ୍ଷତି ହୋଇଛି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅମରଆତ୍ମାର ସଦଗତି କାମନା କରୁଛି ।— Dharmendra Pradhan (@dpradhanbjp) February 2, 2020
ଆଜି ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି । ରବି ସିଂ ଦୀର୍ଘଦିନ ଧରି ଅସୁସ୍ଥ ରହିଥିଲେ । କଟକସ୍ଥିତ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ହୋଇଥିଲା । ୧୯୬୧ରେ ତାଙ୍କୁ ସାହିତ୍ୟ ଏକାଡ଼େମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା । ସେହିପରି ୨୦୧୭ରେ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ମଧ୍ୟ ତାଙ୍କୁ ସମ୍ମାନିତ କରାଯାଇଥିଲା । ସେ ଚରମ ପତ୍ର, ପାଦଟୀକା, ଅପ୍ରୀତିକର କବିତା ପୁସ୍ତକର ସ୍ରଷ୍ଟା ।