ଓଡ଼ିଶାର ଲୋକପ୍ରିୟ କଳାକାର ତଥା ବରିଷ୍ଠ ସିନେ ଅଭିନେତା ରାଇମୋହନ ପରିଡ଼ାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଓ ଯାତ୍ରା ଜଗତରେ ତାଙ୍କର ଜୀବନ୍ତ ଓ ବିରଳ ଅଭିନୟ ତାଙ୍କୁ ଘରେ ଘରେ ପରିଚିତ କରାଇଥିଲା । — Dharmendra Pradhan (@dpradhanbjp) June 24, 2022
ଓଡ଼ିଶା ସିନେ ଓ ଯାତ୍ରା ଜଗତରେ ତାଙ୍କ ଭଳି ଜଣେ ପ୍ରତିଭାବାନ ବ୍ୟକ୍ତିଙ୍କ ମୃତ୍ୟୁକୁ ବିଶ୍ୱାସ କରି ହେଉନାହିଁ । ଅଭିନୟ କ୍ଷେତ୍ରରେ ତାଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସ୍ୱତନ୍ତ୍ର ସ୍ଥାନ କେହି ନେଇପାରିବେ ନାହିଁ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
ସେହିପରି ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କର ନିଖୁଣ ଅଭିନୟ ପାଇଁ ସେ ମନେ ରହିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ସବୁଦିନ ପାଇଁ ଆଖି ବୁଜିଦେଇଛନ୍ତି । ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ରାଇମୋହନଙ୍କ ମୃତ୍ୟୁ । ତାଙ୍କ ବାସଭବନରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଶବ ବ୍ୟବଚ୍ଛେଦ ପାଇଁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି । ତାଙ୍କର ଟିକିଏ ଝଲକ ପାଇଁ ତାଙ୍କ ପ୍ରଶଂସକଙ୍କ ନାହିଁ ନଥିବା ଭିଡ ଦେଖିବାକୁ ମିଳିଛି । ସେ କାହିଁକି ଆତ୍ମହତ୍ୟା କରିଛନ୍ତି ସ୍ପଷ୍ଟ କାରଣ ଜଣାପଡିନଥିବାବେଳେ ପାଖ ପୋଡଶୀ, ସାଙ୍ଗ ସାଥୀ, ସାଥୀ କଳାକାରମାନେ କେହି ମଧ୍ୟ ତାଙ୍କ ମୃତ୍ୟୁକୁ ବିଶ୍ୱାସ କରିପାରୁନାହାନ୍ତି । ସବୁବେଳେ ଖୁସ ମିଜାଜ୍ ରେ ରହୁଥିବା ରାଇମୋହନ କିପରି ଏପରି ପଦକ୍ଷେପ ନେଲେ ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି ।