ଏହାପରେ ପଦମପୁର ରେ ରୋଡ ସୋ’ ମାଧ୍ୟମରେ ଦଳୀୟ ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ପୂର୍ବରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପାଇକମାଲ, ପଦ୍ମପୁର ଓ ଝାରବନ୍ଧ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତରେ ପ୍ରଚାର କରି ସାରିଛନ୍ତି ।
ରାଜନୀତି ଖବର ଆହୁରି ପଢନ୍ତୁ ।
ଅର୍ଗସ ବ୍ୟୁରୋ: ଆଜି ପୁଣି ପଦମପୁର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନଭେମ୍ବର ୨୯ରୁ ଡ଼ିସେମ୍ବର ୧ ପର୍ଯ୍ୟନ୍ତ ପଦ୍ମପୁର ନିର୍ବାଚନମଣ୍ଡଳୀରେ ମାରାଥନ ପ୍ରଚାର କରିବା ପରେ ପୁଣି ଥରେ ଆଜି ପଦ୍ମପୁରରେ ପ୍ରଚାର କରିବେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଥମେ ଝାରବନ୍ଧ ବ୍ଲକ ଜଗଦଲପୁର ଠାରେ ଆୟୋଜିତ ବିଶାଳ ଜନସଭାରେ ଯୋଗଦେବେ ।