ଓଡ଼ିଶାରେ ହାତୀ ମୃତ୍ୟୁ ତଥା ହାତୀ-ମଣିଷ ସଂଘର୍ଷ ସବୁଠାରୁ ବଡ଼ ଆହ୍ବାନ ହୋଇଛି। ହାତୀ ହେଉଛି ପରିବେଶ ସନ୍ତୁଳନ, ସାଂସ୍କୃତିକ ଐତିହ୍ୟ ଏବଂ ଓଡ଼ିଶାର ପରିଚୟ। ଗତ ଦଶନ୍ଧି ମଧ୍ୟରେ ରାଜ୍ୟରେ ୭୮୪ଟି ହାତୀ ପ୍ରାଣ ହରାଇବା ଦୁର୍ଭାଗ୍ୟର ବିଷୟ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ସରକାର ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ଦୃଢ଼ ପ୍ରତିଶ୍ରୁତିବଦ୍ଧ। ପ୍ରଧାନମନ୍ତ୍ରୀ 'ମନ୍ କି ବାତ୍'ରେ ହାତୀଙ୍କ ସଂରକ୍ଷଣ ଉପରେ ବାରମ୍ବାର ବାର୍ତ୍ତା ଦେଉଛନ୍ତି। ସାରା ଓଡ଼ିଶାରେ ହାତୀର ସୁରକ୍ଷିତ ତଥା ଅବାଧ ବିଚରଣକୁ ସୁନିଶ୍ଚିତ କରାଯାଉ ବୋଲି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ।
ଅଧିକ ପଢ଼ନ୍ତୁ ଓଡିଶା ଖବର: