ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି । pic.twitter.com/uBh1NT3lkv — Dharmendra Pradhan (@dpradhanbjp) March 5, 2022
୧୯୧୬ ମସିହା ମାର୍ଚ୍ଚ ୫ ତାରିଖ ଦିନ କଟକର ତୁଳସୀପୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ। ସେ ରେଭେନ୍ସା କଲେଜିଏଟ ସ୍କୁଲ, କଟକଠାରେ ସ୍କୁଲଶିକ୍ଷା ସାରିଲା ପରେ ରେଭେନ୍ସା କଲେଜରେ ବିଜ୍ଞାନ ପଢିଥିଲେ ।
ପାଠପଢ଼ା ଜୀବନରେ ସେ ଖେଳ ପ୍ରତି ଭାରି ଇଚ୍ଛୁକ ଥିଲେ ଓ ବିଶ୍ୱବିଦ୍ୟାଳୟ ଫୁଟବଲ ଓ ଦଳର କ୍ୟାପଟେନ ରହିଆସିଥିଲେ । ତାହା ପରେ ସେ ଦିଲ୍ଲୀର ଏରୋନଟିକ୍ସ ଟ୍ରେନିଂ ଶିକ୍ଷାନୁଷ୍ଠାନରେ ବିମାନ ଉଡାଣ ଶିକ୍ଷାରେ ଯୋଗଦେଇଥିଲେ । ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ।