ଶ୍ରୀ ପ୍ରଧାନ ଲେଖିଛନ୍ତି ଯେ ଏହା ନିଶ୍ଚିତ ଭାବରେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ଆଶା କରୁଛି।
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ 1956 ର ଧାରା 12(ବି) ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ।