୧୪ ତାରିଖ ସକାଳରୁ ୧୫ ତାରିଖ ପୂର୍ବାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶା କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇପାରେ । ସଂପୃକ୍ତ ଜିଲ୍ଲା ଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଓ୍ବେଲୋ ଓ୍ବାର୍ଣ୍ଣି ଜାରି ହୋଇଛି। ପରବର୍ତ୍ତୀ ସମୟରେ ପାଗରେ ସାମନ୍ୟ ପରିବର୍ତ୍ତନ ହେବା ସହ ତାପମାତ୍ରାରେ ବୃଦ୍ଧି ଘଟିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଆସନ୍ତା ୧୫ ଯାଏଁ ରାଜ୍ୟରେ କାଳବୈଶାଖୀ

ଭୁବନେଶ୍ୱର: ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ 30ରୁ 40 କିମି ବେଗରେ ପବନ ବହିବା ନେଇ ଅନୁମାନ କରିଛି ପାଣିପାଗ କେନ୍ଦ୍ର । ସେପଟେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି। ଅନ୍ୟପକ୍ଷରେ ବାଲେଶ୍ବର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଅନୁଗୁଳ, ଗଜପତି, କନ୍ଧମାଳ ଆଦି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
Download Argus News App
