ବାଲେଶ୍ଵର : ବାଲେଶ୍ଵର ଗ୍ରାମ ନିର୍ମାଣ ମଣ୍ଡଳ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟଳୟରେ ଭିଜିଲାନ୍ସର ଚଢ଼ାଉ । ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନ୍ ଭି ହରିହର ରାଓଙ୍କ କୁକୁଡ଼ା ପଦା ସ୍ଥିତ କାର୍ଯ୍ୟଳୟ ଓ ସରକାରୀ ବାସଭବନ ରେ ଚଢାଉ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଚଢାଉ ଜାରି ରଖିଛି ଭିଜିଲାନ୍ସ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: ତିରୁପତି ଲଡୁକୁ ନେଇ ଥମୁନି ଚର୍ଚ୍ଚା । ଲଡୁରେ ପଶୁ ଚର୍ବି ବ୍ୟବହାର ହେଉଥିବା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ଦାବି ପରଠାରୁ ଆନ୍ଧ୍ର ରାଜନୀତି ସରଗରମ ହୋଇଛି। ପୂର୍ବ YSRCP ଶାସନ କାଳରେ ତିରୁପତି ମନ୍ଦିରର ପ୍ରସାଦରେ ପଶୁ ଚର୍ବି ବ୍ୟବହାର କରାଯାଉଥିବା ଚନ୍ଦ୍ରବାବୁ ଦାବି କରିଥିଲେ । ଗୁଜରାଟରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜାତୀୟ ଦୁଗ୍ଧ ବିକାଶ ବୋର୍ଡର ପଶୁପାଳନ ଓ ଖାଦ୍ୟ ବିଶ୍ଳେଷଣ ଏବଂ ଅଧ୍ୟୟନ କେନ୍ଦ୍ର ଲାବୋରେଟୋରୀ ଦ୍ୱାରା ଜାରି ରିପୋର୍ଟକୁ ନେଇ ସିଏମ ଚନ୍ଦ୍ରବାବୁ ଏପରି ଦାବି କରିଥିଲେ ।
YSRCP ସରକାର ସମୟରେ ମନ୍ଦିରରେ ଅଶୁଦ୍ଧ ଘିଅ ବ୍ୟବହାର ହେଉଥିଲା । ଲଡୁରେ ମଧ୍ୟ ଏହି ଘିଅ ବ୍ୟବହାର ହେଉଥବା ଦାବି କରିବା ସହ ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀଙ୍କ ବିରୋଧରେ ଅଭିଯୋଗ କରିଥିଲେ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ । ତିରୁମାଲା ମନ୍ଦିରର ପବିତ୍ରତା ଏବଂ କୋଟି କୋଟି ହିନ୍ଦୁଙ୍କ ବିଶ୍ୱାସକୁ କ୍ଷତି ପହଞ୍ଚାଇଥିଲେ ପୂର୍ବ ସରକାର । TDP କ୍ଷମତାକୁ ଆସିବା ପରେ ତିରୁପତି ମନ୍ଦିରରେ ଶୁଦ୍ଧ ଘିଅର ବ୍ୟବହାର ହେଉଥିବା ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି ।
ଅଧିକ ପଢନ୍ତୁ ଭାରତ ଖବର