ଏହି କାର୍ଯ୍ୟକ୍ରମରେ `ପ୍ରେରଣା’ର ଅଧ୍ୟକ୍ଷ ଡଃ ଦିଲ୍ଲୀପ ଶ୍ରୀଚନ୍ଦନଙ୍କ ନେତୃତ୍ବରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ପୂର୍ବତନ ଖୋର୍ଦ୍ଧା ଜିଲ୍ଲା ପରିଷଦ ଅଧ୍ୟକ୍ଷ ରାମଚନ୍ଦ୍ର ମହାପାତ୍ର, ଟାଗିଂ ବ୍ଲକ ଅଧ୍ୟକ୍ଷା ରିସ୍ମା ମାନଧାତା ଓ ସିନେ ଜଗତର କଳାକାର ମାନେ ପହଞ୍ଚି ପକ୍ଷୀ ସୁରକ୍ଷା ଉପରେ ସଚେତନତା କରିଥିଲେ।ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ମଙ୍ଗଳାଯୋଡି ଅଞ୍ଚଳର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବାଲୁକା ଶିଳ୍ପୀ ଓ ଚିତ୍ର ଶିଳ୍ପୀ ମାନଙ୍କ ଦ୍ବାରା ସଚେତନତା ଧର୍ମୀ ସଭା ପୁରସ୍କାର ବିତରଣ ଉତ୍ସବ କରାଯାଇଥିଲା। ଚିଲିକାରେ ପକ୍ଷୀ ମାନଙ୍କୁ ସୁରକ୍ଷା ଦେବାପାଇଁ ପ୍ରେରଣା ଅନୁଷ୍ଠାନ ପକ୍ଷରୁ ଜଣେ ଯୁବତୀଙ୍କୁ ଆମ୍ବାସଡର ଭାବରେ ନିଯୁକ୍ତି ଦେଇଛନ୍ତି ଗ୍ରୀନ ଆର୍ମିର ଅଧ୍ୟକ୍ଷ।
ଚିଲିକାରୁ ପକ୍ଷୀ ଶିକାର ବନ୍ଦ ପାଇଁ `ପ୍ରେରଣା’ ପକ୍ଷରୁ ସଚେତନତା
ଅର୍ଗସ ବ୍ୟୁରୋ: ପ୍ରତିବର୍ଷ ଶୀତ ଋତୁରେ ହଜାର ହଜାର ମାଇଲ ଅତିକ୍ରମ କରି ଲକ୍ଷ ଲକ୍ଷ ପକ୍ଷୀ ଏସିଆ ମହାଦେଶର ସର୍ବଶ୍ରେଷ୍ଠ ଲବଣାକ୍ତ ହ୍ରଦ ଚିଲିକାକୁ ଆସିଥାନ୍ତି। ବର୍ତ୍ତମାନ ପକ୍ଷୀମାନେ ଆସିବା ଆରମ୍ଭ ହୋଇଗଲାଣି। ତେଣୁ ଏହି ଅତିଥି ପକ୍ଷୀ ମାନଙ୍କୁ ଶିକାର ନକରିବା ପାଇଁ ସାମାଜିକ ଅନୁଷ୍ଠାନ `ପ୍ରେରଣା’ ପକ୍ଷରୁ ଜନସଚେତନତା କାର୍ଯ୍ୟକ୍ରମ ମଙ୍ଗଳାଯୋଡି ଜେଟି ଠାରେ ଅନୁଷ୍ଠିତ ହୋଇଯାଇଛି।
Download Argus News App
