ବିଶେଷ କରି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶା ବେଶି ପ୍ରଭାବିତ ହେବ । ପ୍ରବଳ ବର୍ଷା ନେଇ ୬ ତାରିଖରେ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ । ସଂପୃକ୍ତ ଜିଲ୍ଲା ଗୁଡିକରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ୭ ତାରିଖରେ ବଢିବ ବର୍ଷାର ପରିମାଣ । ଏଥିପାଇଁ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର ଏବଂ ଗଜପତି ଜିଲ୍ଲାରେ ୭୦ ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଏବଂ ୮ ତାରିଖରେ ଅଧିକାଂଶ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସକ୍ରିୟ ମୌସୁମୀ ଏବଂ ୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପାଗ ବଦଳିଛି । ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଠାରୁ ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।