ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ରହିଥିଲେ ମଧ୍ୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀର ସମ୍ଭାବନା ଅଛି । ଅର୍ଥାତ୍ ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀର ସମ୍ଭାବନା ରହିଛି ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏନେଇ ଏକ ସତର୍କ ସୂଚନା ଜାରି କରିଛି କେନ୍ଦ୍ର। ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ, ଦେବଗଡ, ନୂଆପଡା, ବରଗଡ, ସମ୍ବଲପୁର, ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଝଡ ହେବାର ସମ୍ଭାବନା ରହିଛି।
ସେହିପରି ମଙ୍ଗଳବାର, ୮ ତାରିଖ ଅପରାହ୍ନ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ସମେତ କନ୍ଧମାଳ, ରାୟଗଡା, ଗଜପତି, ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?