ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ଆସନ୍ତା ୪/୫ ଦିନ ଯାଏଁ ଝଡ଼ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାକୁ ଥିବାରୁ ସତର୍କ ରହିବା ପାଇଁ ଲୋକଙ୍କୁ କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।
ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ପୁରୀ, ନୟାଗଡ଼, କୋରାପୁଟ ଓ ରାୟଗଡ଼ାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହୋଇପାରେ। ତେବେ ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବରର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅର୍ଗସ ବ୍ୟୁରୋ: ଟିଏମସି ସାଂସଦ ମହୁଆ ମୈତ୍ର ଲାଞ୍ଚ ମାମଲାରେ ଲୋକସଭାର ସଦାଚାର ବା ଏଥିକ୍ସ କମିଟି ରିପୋର୍ଟ ଆଜି ଆଗତ ହେବାର ସମ୍ଭାବନା ରହିଛି। ରିପୋର୍ଟ ଉପସ୍ଥାପନ ହେବା ପରେ କମିଟିର ସୁପାରିସ ଆଧାରରେ ମହୁଆ ମୈତ୍ରଙ୍କ ସଂସଦ ସଦସ୍ୟତା ରଦ୍ଦ ପାଇଁ ପ୍ରସ୍ତାବ ଅଣାଯିବ। ବିରୋଧୀ ଏହି ରିପୋର୍ଟ ଉପରେ ବିଭାଜନ ଦାବି କରିପାରନ୍ତି, ତେଣୁ ଆଜି ଗୃହରେ ରହିବାକୁ ବିଜେପି ନିଜ ସାଂସଦମାନଙ୍କୁ ହ୍ୱିପ୍ ଜାରି କରିଛି। ମହୁଆ ମୈତ୍ରଙ୍କ ବହିଷ୍କାର ସମ୍ପର୍କିତ ଏଥିକ୍ସ କମିଟିର ରିପୋର୍ଟ ଡିସେମ୍ବର ୫ରେ ଲୋକସଭାରେ ଉପସ୍ଥାପିତ ହେବାର ଥିଲା। ମହୁଆ ପ୍ରସଙ୍ଗରେ ଗୃହକାର୍ଯ୍ୟ ଚାଲିଥିବା ବେଳେ ପ୍ରବଳ ହଙ୍ଗାମା ହୋଇଥିଲା। ମହୁଆ ମୈତ୍ର ପ୍ରସଙ୍ଗରେ ଗତକାଲି ମଧ୍ୟ ଲୋକସଭାରେ ଜୋରଦାର ହଙ୍ଗାମା ହୋଇଥିଲା।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ 3ଟି ରାଜ୍ୟରେ ଜିତିଥିବା ବିଜେପି, ମୁଖ୍ୟମନ୍ତ୍ରୀ ବାଛିବାକୁ ପ୍ରକ୍ରିୟା ଆରମ୍ଭ କରିବାକୁ ଯାଉଛି। ଆଜି ତିନି ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିବ ବିଜେପି। ଏହାର ଅର୍ଥ 3 ରାଜ୍ୟ ପାଇଁ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବାକୁ ଯାଉଛି। ମଧ୍ୟପ୍ରଦେଶରେ କ୍ଷମତା ବଜାୟ ରଖିଛି ବିଜେପି। ସେହିପରି ରାଜସ୍ଥାନ ଏବଂ ଛତିଶଗଡ଼ରେ କଂଗ୍ରେସ ସରକାରକୁ ଗାଦିଚ୍ୟୁତ କରି କ୍ଷମତାକୁ ଫେରିଛି ଭାରତୀୟ ଜନତା ପାର୍ଟି।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: ଆଜି ଉତ୍ତରାଖଣ୍ଡରେ ବିଶ୍ୱ ନିବେଶକ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଡେରାଡୁନରେ ଅନୁଷ୍ଠିତ ହେବ ଏହି ଦୁଇ ଦିନିଆ ସମ୍ମିଳନୀ। 44000 କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ହେବ ଉଦ୍ଘାଟନ। ଦେଶ ବିଦେଶର 1000ରୁ ଅଧିକ ପ୍ରତିନିଧି ଏଥିରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।
ଅଧିକ ପଢ଼ନ୍ତୁ ଦେଶ ଖବର: