Bhakti: Bhabare Bhagabata | EP -437 | Argus News
ଆସନ୍ତା 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା, 5 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର : ଜୁନ୍ ଦ୍ୱିତୀୟ ସପ୍ତାହରେ ଓଡିଶା ଛୁଇଁବ ମୈାସୁମୀ । ଚଳିତବର୍ଷ ରାଜ୍ୟରେ ସ୍ବଭାବିକ ବର୍ଷା ହେବାର ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଉତ୍ତର ଏବଂ ଦକ୍ଷିଣ ଓଡିଶାର ଅଳ୍ପ କିଛି ସ୍ଥାନରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି ।
ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ଉତ୍ତର ଉପକୂଳବର୍ତ୍ତୀ ଅଚଂଳ ମାନଙ୍କରେ 30ରୁ 40 କିମି ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହ ଗଞ୍ଜାମ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହି ସବୁ ଜିଲ୍ଲା ଗୁଡିକୁ ସତର୍କ ରହିବାକୁ କୁହାଯାଇଛି ।
Download Argus News App
