ରାଜ୍ୟରେ ଶୀତ ବଢ଼ିବା ସତ୍ତ୍ବେ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କନ୍ଧମାଳ, କଟକ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, କେଦନ୍ଦୁଝର, ଭଦ୍ରକ, ମୟୂରଭଞ୍ଜ, ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଲାଗି ରହିବ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
କୋରାପୁଟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୮ ଡିଗ୍ରି ରେକର୍ଡ ହୋଇଥିବା ବେଳେ କିରେଇରେ ୯.୫, ସିମିଳିଗୁଡ଼ାରେ ୧୨.୧, ସୁନ୍ଦରଗଡ଼ରେ ୧୨.୬, ଦାରିଙ୍ଗବାଡ଼ିରେ ୧୩, ଫୁଲବାଣୀରେ ୧୩.୫ ଡିଗ୍ରି ରହିଥିଲା।