ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ଵର, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡା ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ୟେଲୋ ଆଲର୍ଟ ।
ସେହିପରି ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ଆକାଶ ମେଘୁଆ ରହିବା ସହ ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୧ ଜୁନ ରୁ ୧୭ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ୧୦୦୯.୪ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ସ୍ଵାଭାବିକ ବର୍ଷା ୧୦୬୭.୪ ମିମି ବର୍ଷା ହୋଇଛି । ଏହାରି ମଧ୍ୟରେ ୨ ଜିଲ୍ଳାରେ ସ୍ବାଭାବିକ ବର୍ଷା ଠାରୁ ଅଧିକ ହୋଇଥିବାବେଳେ ୨୪ ଜିଲ୍ଲାରେ ସ୍ଵାଭାବିକ ବର୍ଷା ଏବଂ ୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।
ଆହୁରି ପଢନ୍ତୁ ପାଣିପାଗ ଖବର...