ଅଧିକ ପଢ଼ନ୍ତୁ: ଧୀରେ ଧୀରେ ବଢୁଛି ଦିନର ତାପମାତ୍ରା
ଆଗାମୀ ୧୯ ତାରିଖ ଯାଏ ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ରହିବାକୁ ଥିବାରୁ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ମାର୍ଚ୍ଚ ୧୬, ୧୭ ଓ ୧୮ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ଝଡ଼ ପବନ ହେବାର ସମ୍ଭାବନା ରହିଛି। ୧୯ ଓ ୨୦ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଯଦି ଏଭଳି ପରିସ୍ଥିତି ଲାଗି ରୁହେ ତେବେ ପରିସ୍ଥିତି ଅଣାୟତ ହୋଇଯିବ। ବାହାରକୁ ବାହାରିବା ମୁସ୍କିଲ ହୋଇପଡିବ।