ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ୧୫ ଡିଗ୍ରୀ ଯାଏଁ ବଢିବ ପାରଦ । ଅଧିକାଂଶ ସହରର ତାପମାତ୍ରା ୪୩ ରୁ ୪୫ ଡିଗ୍ରୀ ଛୁଇଁବ। ଆସନ୍ତା ୨୪ ଘଂଟାରେ ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ପାଇଁ ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ତାତି ଶରୀର ପାଇଁ ଘାତକ ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦେଇଛନ୍ତି। ଗତ ୨୪ ଘଂଟାରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ଗୋଟେ ଦୁଇଟି ହାଲୁକା ବର୍ଷା ହୋଇଛି। ବୌଦ୍ଧର ବୁଦ୍ଧଗଡ଼ରେ ୩.୦ ମିମି ସର୍ବାଧିକ ବର୍ଷା ଓ ପାରଳାଖେମୁଣ୍ଡି ୩୭.୮ ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: