ସେହିଭଳି ୨୦ ତାରିଖରେ ଗଞ୍ଜାମ, ଗଜପତି ଜିଲ୍ଲାକୁ ଅତି ପ୍ରବଳ ବର୍ଷା ଆଲର୍ଟ ସହ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏପଟେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାରେ ପ୍ରସ୍ତୁତି ବୈଠକ ହୋଇଛି। ବର୍ଷା ସମ୍ଭାବନା ଦୃଷ୍ଟିରୁ ଜିଲ୍ଲାର ସବୁ ବିଭାଗକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ହେଡକ୍ୱାର୍ଟର୍ସ ଛାଡ଼ି ନଯିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଲଘୁଚାପ ପ୍ରଭାବରେ ୧୯ରୁ ୨୧ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୯ରୁ ୨୧ ଯାଏଁ ବର୍ଷା ସମ୍ଭାବନା ରହିଛି । ୧୯ ତାରିଖରେ ରାଜ୍ୟର ୫ଟି ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୧୯ରୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲ୍ଲାରେ ପ୍ରବଳି ବର୍ଷିବା ନେଇ ପୂର୍ବାନୁମାନ କରାଯାଇଛି।
Download Argus News App
