ଏଥିସହ ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ। ଏଣୁ ଏହି ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୧ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଣୁ ଏହିସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୨ ତାରିଖରୁ ରାଜ୍ୟର ପାଗ ଶୁଖିଲା ରହିବ।
ଅଧିକ ପାଣିପାଗ ପଢ଼ନ୍ତୁ ଖବର: