ଯାହା ଫଳରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର ଆଦି ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୨ତାରିଖ ବେଳକୁ ସମୁଦ୍ର ଅଶାନ୍ତ ରହିବାକୁ ଥିବା ବେଳେ ମତ୍ସଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଲଘୁଚାପ ବାତ୍ୟାର ରୂପ ନେବ କି ନାହିଁ ସ୍ପଷ୍ଟ ହୋଇନାହିଁ। ତେବେ ଏହା ସାଇକ୍ଲୋନିକ ଡିସ୍ଟରଭାନ୍ସରେ ପରିଣତ ହେବାର ବହୁତ ସମ୍ଭାବନା ରହିଥିବା ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।