ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ହେଉଛି ଗ୍ରୀଷ୍ମ ପ୍ରବାହ। ଗତକାଲି ରାଜ୍ୟର ୧୬ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା। ୪୪. ୬ ଡ଼ିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ଆଗାମୀ ୭ ଦିନରେ ତାପମାତ୍ରା ଆହୁରି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ ବିଭାଗ। ଏହାକୁ ଦୃଷ୍ଟିରେ ରଖି ୨୦ ଜିଲ୍ଲା ପାଇଁ ୱେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ତାତି ଓ ଗୁଳିଗୁଳିକୁ ନେଇ ଅସ୍ତବ୍ୟସ୍ତ ଜନଜୀବନ।
ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ଅଧିକ ରହୁଛି। ତେବେ ପାଣିପାଗ ବିଜ୍ଞାନ ବିଭାଗର ପୂର୍ବାନୁମାନ ଚିନ୍ତା ବଢାଇ ଦେଇଛି। ଆଗାମୀ ୭ ଦିନ ପାଇଁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ଲହରି ଲାଗି ରହିବ ବୋଲି ବିଭାଗ ସତର୍କ କରାଇ ଦେଇଛି। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲା ସମେତ କିଛି ଉପକୂଳବର୍ତ୍ତୀ ଜିଲ୍ଲାରେ ବି ଗ୍ରୀଷ୍ଣ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ୨୦ଟି ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଏଥିସହିତ ତାତିକୁ ନେଇ ଲୋକଙ୍କୁ ସଚେତନ କରିବାକୁ ପରାମର୍ଶ ଦିଆଯାଇଛି।