ଆସନ୍ତାକାଲି ରାଜ୍ୟର ୧୮ ଜିଲ୍ଲାରେ କାଳବୈଶାଖୀଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାରେ ୟେଲୋ-ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡ଼ିକ ହେଲା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି।
ତେବେ ଏଗୁଡ଼ିକ ମଧ୍ୟରୁ ଗଜପତି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। କାଳବୈଶାଖୀ ବର୍ଷା ହେବା ଦ୍ୱାରା ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିବ ।