ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବାର ମଧ୍ୟ ଆଶଙ୍କା ରହିଛି। ତେବେ ଆଗାମୀ କାଲିଠୁ ଲଘୁଚାପ କ୍ରମଶ ଦୁର୍ବଳ ହେବା ସହିତ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି।
ପାଣିପାଗ ଖବର ଆହୁରି ପଢ଼ନ୍ତୁ । |
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେଉଛି। ଆଜି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ, ସମ୍ବଲପୁର ଏବଂ ଅନୁଗୁଳ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି 7ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କେନ୍ଦ୍ରୀୟ ଓଡିଶାର ଅଧିକାଶଂ ଜିଲ୍ଲା ତଥା ନୂଆପଡା, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ ଇତ୍ୟାଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।