୧୫ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣି ଜାରି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଓ ବୌଦ୍ଧ ଆଦି ରହିଛି । ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ଅନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ସମେତ ଏହାର ଆଖପାଖ ଅଞ୍ଚଳରେ ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ବର୍ଷା ହେବାର ସମ୍ଭାବନା ରହିଛି ।