କରୋନା ସଙ୍କଟ ସମୟରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର: ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ ବର୍ଷା । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ୧୭ଟି ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।
ଏ ନେଇ ସ୍ୱତନ୍ତ୍ର ରିଲିଫ କମିସନର ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼।
ଏ ନେଇ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ କାଳବୈଶାଖୀ ସମୟରେ କୌଣସି ଦୁର୍ଘଟଣା ଘଟିଲେ ତୁରନ୍ତ ରିପୋର୍ଟ କରିବାକୁ ଝଜଉ ଜଣାଇଛନ୍ତି।