ଆଜି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୬ ଜିଲ୍ଲା ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ । ସେହିପରି ୨୮ ତାରିଖରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଏହାସହ ୨୯ ତାରିଖରେ ୧୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ସତର୍କତା । ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ । ସେହିପରି ୩୦ ତାରିଖ ପାଇଁ ୧୦ ଜିଲ୍ଲାରୁ ୟେଲୋ ଓ୍ୱାର୍ଣ୍ଣି ଦିଆଯାଇଛି ।