ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ଟି ଜିଲ୍ଲା ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା । ସେହିଭଳି ୧୪ ତାରିଖରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଯାଜପୁରରେ ସର୍ବାଧିକ ୯୦ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଅନ୍ୟପଟେ ୧୬ରୁ ୨୨ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ।