ଆସନ୍ତା ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର କିଛି ଅଞ୍ଚଳରୁ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ କହିଛି।
ଏଥିସହ ୧୮ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଆହୁରି ଅଧିକ ସକ୍ରିୟ ହେବ ବୋଲି ସୂଚନା ମିଳିଛି। ଆଇଏମଡିର ଆକଳନ ଅନୁଯାୟୀ, ସମ୍ଭାବ୍ୟ ଘୂର୍ଣ୍ଣବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।