ଅର୍ଗସ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ବର୍ଷା । ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା । ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ସହ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଗାମୀ ଦୁଇ ଦିନ ଯାଏଁ ଭିଜିବ ଓଡ଼ିଶା । ଆଜି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଯାଜପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର: