କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଗୋଟିଏ କି ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି । ଏହି ବର୍ଷା ରାଜ୍ୟରେ ଚାଷ କାର୍ଯ୍ୟକୁ ବଢ଼ାଇବାରେ ସହାୟକ ହେବାକୁ ଥିବା ବେଳେ କିଛି ଜିଲ୍ଲାର ତଳୁଆ ସ୍ଥାନରେ ପାଣି ଜମିବା ସହ କଚ୍ଚା ରାସ୍ତା ଧୋଇଯିବାର ଆଶଙ୍କା ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶା ଉପକୂଳ, ପଶ୍ଚିମ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିବା ସହିତ ଝଟକା ପବନ ୬୫ କିଲୋମିଟର ବେଗରେ ବୋହିବାର ଅଶଙ୍କା କରିଛି ପାଣିପାଗ ବିଭାଗ । ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।
ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା
Download Argus News App
