ବର୍ତ୍ତମାନ ଓଡ଼ିଶା ଉପରେ ପାଣିପାଗର କୌଣସି ପ୍ରକାରର ନିର୍ଦ୍ଧିଷ୍ଟ ପ୍ରଭାବ ନଥିବାବେଳେ ଆସନ୍ତା 5 ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ । ସେହିପରି ୨୫ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛିକାଂଶରେ କାଳବୈଶାଖୀ ଜନିତ ହାଲୁକା ବର୍ଷା ହୋଇପାରେ ।
ସେହିପରି ୨୬ ତାରିଖରେ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ ,ବାଲେଶ୍ୱର,ଭଦ୍ରକ, ଯାଜପୁର ରେ ବର୍ଷା ସମ୍ଭାବନା ରହିଛି । ଆଗାମୀ ୪ ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୩ ଡିଗ୍ରୀ ରୁ ୫ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାସହ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ମାର୍ଚ୍ଚ ଶେଷ ବେଳକୁ ତାପମାତ୍ରା ୩୯ ଡିଗ୍ରୀ କିମ୍ବା ୪୦ ଡିଗ୍ରୀ ଛୁଇଁବା ଆକଳନ କରିଛି ପାଣିପାଗ ବିଭାଗ । ଏହାପରେ ଆଗକୁ ରାତିର ତାପମାତ୍ରାରେ ମଧ୍ୟ ବୃଦ୍ଧି ହେବ ।
ଆହୁରି ପଢନ୍ତୁ ପାଣିପାଗ ଖବର...