ଏହି ୬ ଜିଲ୍ଲାରେ ୭୦ରୁ ୨୦ ସେମି ଯାଏ ବର୍ଷା ହୋଇପାରେ । ଏଣୁ ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ । ଗତକାଲିର ସୂଦୃଶ ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇ ଗୋଟିଏ ଲଘୁଚାପ ଭାବେ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ଏବଂ ଏହାସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି ।
ଏହି ୬ ଜିଲ୍ଲା ଛଡ଼ା ବଲାଙ୍ଗୀର, ବୌଦ୍ଧ,କଟକ, ଢେ଼ଙ୍କାନାଳ, ଯାଜପୁର ,କେନ୍ଦ୍ରାପଡ଼ା,ଭଦ୍ରକ,ବାଲେଶ୍ଵର,ମୟୁରଭଞ୍ଜ, କେଉଁଝର,ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଏଥିସହ ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅବଶିଷ୍ଟ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଉମା ଶଙ୍କର ଦାସ ।
ଆହୁରି ପଢନ୍ତୁ ପାଣିପାଗ ଖବର...