ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ,କଳାହାଣ୍ଡିରେ ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।
ସେହିପରି ମୌସୁମୀ ସିଜିନ୍ ରେ ଏଯାଏଁ ରାଜ୍ୟରେ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ମାଲକାନଗିରି ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବାବେଳେ ୧୧ ଜିଲ୍ଲାରେ ସ୍ବାଭାବିକ ରହିଛି ବର୍ଷା ପରିମାଣ । ମୟୂରଭଞ୍ଜ ଜିଲ୍ଲାରେ ସବୁଠୁ କମ୍ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ରେକର୍ଡ କରିଛି ପାଣିପାଗ ବିଭାଗ ।
#Warning for Day-1& Day-3 to Day-5:
Day-2: No Warning pic.twitter.com/q4CPvVYUej — Meteorological Centre, Bhubaneswar (@mcbbsr) July 4, 2024