ଡାକ ଟିକେଟ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରତିକ୍ରିୟା ରଖିଛନ୍ତି ଅଶ୍ବିନୀ ବୈଷ୍ଣବ
24 ଘଣ୍ଟା ଯାଏଁ ଅପରିବର୍ତ୍ତିତ ରହିବ ପାଗ, ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ କମିବା ସହ ଅନୁଭୁତ ହେବ ଥଣ୍ଡା
ଭୁବନେଶ୍ଵର: ଆସନ୍ତା 24 ଘଣ୍ଟା ଯାଏଁ ଅପରିବର୍ତ୍ତିତ ରହିବ ପାଗ। ଆସନ୍ତାକାଲିଠାରୁ ପାଗରେ ପରିବର୍ତ୍ତନ ଆସିବ। ଅଧିକାଂଶ ସହରର ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ କମିବା ସହ ଥଣ୍ଡା ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଦକ୍ଷିଣ ପଶ୍ଚିମ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଟ୍ରପ ଲାଇନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ।
Download Argus News App
